tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ମୁଖ୍ୟମନ୍ତ୍ରୀ କଠୋର : ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ

1 min read

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

  • ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ
    ଅରୁଣ କୁମାର ବିଶ୍ୱାଳ, କଟକ ମଣ୍ଡଳ କାରାଗାର (Circle Jail)ର ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ନିଲମ୍ୱିତ

ଭୁବନେଶ୍ୱର,//TATKAL ODISHA//
୨୫ ସେପ୍ଟେମ୍ବର ୨୦୨୬

ଦୁଇଟି ଭିନ୍ନ ଘଟଣାରେ ଦୁଇ ଜଣ ବରିଷ୍ଠ ଜେଲ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି । ଏହି ନିଲମ୍ୱନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁମୋଦନ କରିଛନ୍ତି ।

ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ୱାଳ ଗିରଫ୍ ହୋଇ ଜେଲ୍‌ରେ ଥିଲେ । ସେହିପରି, କଟକ ସର୍କଲ ଜେଲ୍‌ର ସିନିଅର ସୁପରିନ୍‌ଟେଣ୍ଡେଣ୍ଟ ସୁଜିତ କୁମାର ରାଉଳ ମଧ୍ୟ ଗିରଫ୍ ହୋଇ ଜେଲ୍‌ କଷ୍ଟୋଡିରେ ଅଛନ୍ତି ।

ସରକାରଙ୍କ ନିୟମ ଦୃଷ୍ଟିରୁ ଏହି ଉଭୟ ଅଧିକାରୀ ୪୮ ଘଣ୍ଟାରୁ ଅଧିକ ସମୟ ଧରି ଜେଲ୍‌ରେ ରହିଥିବାରୁ ଉଭୟଙ୍କୁ ନିଲମ୍ୱିତ କରାଯାଇଛି ।

Share

Leave a Reply