ବିରଳ ବନକଲାଗି ନୀତି : ଝଲସିବେ ଶ୍ରୀଜିଉ

0
  • ପୁରୀ /ତତ୍କାଳ ଓଡିଶା ବ୍ୟୁରୋ

ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର ଚାରି ଦ୍ୱାର

ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଛି । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ ।

ବୁଧବାର ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି I

ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ “ଦତ୍ତ ମହାପାତ୍ର” କାର୍ଯ୍ୟ ସମ୍ପାଦନ କରିଥାନ୍ତି I ଏମାନେ ରଙ୍ଗପ୍ରସ୍ତୁତ କରିବା ସହ ବିଗ୍ରହରେ ଲଗାଇଥାନ୍ତି । କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବି ବ୍ୟବହୃତ କରିଥାନ୍ତି ।ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୋଇଥାଏ।

‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରି ନୀତି କରିଥାନ୍ତି I ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ I

Leave A Reply

Your email address will not be published.