ଦଶହରା ଦୁର୍ଗାମେଢ଼ଙ୍କୁ ସରକାର ଦେବେ ୭. ୦୧ କୋଟି
1 min read
ଭୁବନେଶ୍ୱର //TATKAL ODISHA //

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି।
ରାଜ୍ୟର ସମୁଦାୟ ୧ ହଜାର ୮୫ଟି ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି ନିଆଯାଇଛି।
ଦୁର୍ଗାମେଢ଼କୁ ୩ ଗୋଟି ବର୍ଗରେ ବିଭକ୍ତ କରାଯାଇ ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।
- ‘କ’ ବର୍ଗ* – *ଐତିହ୍ୟ ସମ୍ପନ୍ନ ଦୁର୍ଗାମେଢ଼*
ଏହି ବର୍ଗରେ ୨୧୫ଟି ମେଢ଼କୁ ୨ କୋଟି ୧୭ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। (ପ୍ରତ୍ୟେକ ଐତିହ୍ୟ ସମ୍ପନ୍ନ ମେଢ଼କୁ ୧ ଲକ୍ଷ ୧ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। )
- ‘ଖ’ ବର୍ଗ* – *୭୫ ବର୍ଷ ପୁରୁଣା ଦୁର୍ଗାମେଢ଼*
ଏହି ବର୍ଗରେ ୧୯୭ଟି ମେଢ଼କୁ ୧ କୋଟି ୪୭ ଲକ୍ଷ ୭୫ ହଜାର ଟଙ୍କା ପ୍ରଦାନ କରାଯିବ। ( ଏହି ବର୍ଗରେ ପ୍ରତ୍ୟେକ ମେଢ଼କୁ ୭୫ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। )
- ‘ଗ’ ବର୍ଗ :* *୫୦ ବର୍ଷ ପୁରୁଣା ଦୁର୍ଗାମେଢ଼*
ଏହି ବର୍ଗରେ ୬୭୩ଟି ମେଢ଼କୁ ୩ କୋଟି ୩୬ ଲକ୍ଷ ୫୦ହଜାର ଟଙ୍କା ପ୍ରଦାନ କରାଯିବ। (ଏହି ବର୍ଗରେ ପ୍ରତ୍ୟେକ ମେଢ଼କୁ ୫୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।)
