tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଦରମା ବୃଦ୍ଧିର ପୁର୍ନବିଚାର କରାଯାଉ, ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ବିଜେପି ବିଧାୟକ

1 min read
  • ରାଜ୍ୟ କାର୍ଯ୍ୟାଳୟରେ ମାନସ ମନ୍ଥନ

    ଭୁବନେଶ୍ୱର,//TATKAL ODISHA //

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ଓ ଭତା ବୃଦ୍ଧି ପ୍ରସଙ୍ଗରେ ସଦ୍ୟ ସମାପ୍ତ ୧୭ତମ ବିଧାନସଭା ଅଧିବେଶନରେ ଗତ ଡିସେମ୍ବର ୯ ତାରିଖ ଦିନ ଏକ ବିଧେୟକ ଗୃହୀତ ହୋଇଥିଲା ।

ଏ ସମ୍ବନ୍ଧରେ ବିଧାୟକମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଲୋକମତକୁ ସମ୍ମାନ ଜଣାଇ ବିଧାୟକମାନଙ୍କ ଦରମା, ଭତା ବୃଦ୍ଧିର ପୁନର୍ବିଚାର କରିବାକୁ ବିଧାୟକମାନେ ଲିଖିତଭାବେ ମୁଖମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ସଂସଦୀୟ ବ୍ୟାପାର ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି ।


ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ସାଧାରଣ ସମ୍ପାଦକ(ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ଦଳର ସମସ୍ତ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ ।

Share

Leave a Reply