tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଜନଗଣନାରେ ସଠିକ୍ ତଥ୍ୟ ଦିଅନ୍ତୁ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

1 min read
  • ଏପ୍ରିଲ ୧୬ରୁ ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ତାଲିମପ୍ରାପ୍ତ ଗଣନାକାରୀ

ଭୁବନେଶ୍ୱର,/TATKAL ODISHA//
ଏପ୍ରିଲ ୧୬ ତାରିଖରୁ ତାଲିମପ୍ରାପ୍ତ ଗଣନାକାରୀ ମାନେ ଘର-ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଗଣନାକାରୀ ଘରକୁ ଯେଉଁ ସମୟରେ ତଥ୍ୟ ସଂଗ୍ରହ କରିବା ପାଇଁ ଯିବେ, ତାଙ୍କୁ ସଠିକ୍ ତଥ୍ୟ ପ୍ରଦାନ କରି, ଆମ ରାଜ୍ୟ ତଥା ଦେଶର ବିକାଶରେ ସହାୟତା କରନ୍ତୁ।


ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଜନସାଧାରଣଙ୍କୁ ଜନଗଣନାରେ ସହଯୋଗ ପାଇଁ ଅପିଲ କରିଛନ୍ତି। ସେ କହିଛନ୍ତି ଯେ, ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି ଆଗାମୀ ଅପ୍ରେଲ୍ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ, ଏପ୍ରିଲ୍ ୧୬ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ତାଲିମ ପ୍ରାପ୍ତ ଗଣନାକାରୀ ଓ ସୁପରଭାଇଜର ମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ ।


ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ଅର୍ଥାତ ଅପ୍ରେଲ୍ ୧ ତାରିଖରୁ ଅପ୍ରେଲ୍ ୧୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ସ୍ୱ-ଗଣନା କାର୍ଯ୍ୟକ୍ରମ ଜାରି ରହିଛି। ଏଥିରେ ସେଲ୍ଫ ଏନୁମରେସନ୍ ପୋର୍ଟାଲ ଷଗ୍ଧଗ୍ଧକ୍ଟ୍ରଗ୍ଦ://ଗ୍ଦର.ମରଦ୍ଭଗ୍ଦଙ୍କଗ୍ଦ.ଶକ୍ଟଙ୍ଖ.ସଦ୍ଭ ମାଧ୍ୟମରେ ଜନସାଧାରଣ ନିଜର ତଥ୍ୟ ନିଜେ ପ୍ରଦାନ କରିପାରିବେ। ଜନସାଧାରଣ ଯଦି ଏ ପର୍ଯ୍ୟନ୍ତ ତଥ୍ୟ ଦେଇନାହାନ୍ତି, ତେବେ ଏହି ପୋର୍ଟାଲରେ ନିଜର ତଥ୍ୟ ଦିଅନ୍ତୁ ଏବଂ ଜନଗଣନାରେ ସହଯୋଗ କରନ୍ତୁ। ସେ ବି ସେଲ୍ଫ ଏନୁମରେସନ୍ କରିଛନ୍ତି, ଆପଣ ବି କରନ୍ତୁ ବୋଲି ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।


ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏପ୍ରିଲ ୧୬ରୁ ତଥ୍ୟ ସଂଗ୍ରହ ବେଳେ ସତର୍କ ରହିବାକୁ ପଡ଼ିବ। ତଥ୍ୟ ଆମ ରାଜ୍ୟ ତଥା ଦେଶର ଯୋଜନା ପ୍ରଣୟନ ଓ କାର୍ଯ୍ୟାନ୍ୱୟନ ସକାଶେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ, ଏହି ତଥ୍ୟ ପ୍ରଦାନ ନିମନ୍ତେ ଆପଣମାନେ ସମସ୍ତେ ସହଯୋଗର ହାତ ବଢ଼ାଇ କାର୍ଯ୍ୟକ୍ରମକୁ ସଫଳ କରନ୍ତୁ। ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ଜାତୀୟ କାର୍ଯ୍ୟକ୍ରମର ସଫଳତା ନିମନ୍ତେ ଆପଣମାନଙ୍କ ଆନ୍ତରିକ ଯୋଗଦାନ ନିମନ୍ତେ ମୁଁ ଅନୁରୋଧ କରୁଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Share

Leave a Reply