tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨% ବୃଦ୍ଧି

1 min read

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା:

  • ମୁଦାୟ ମହଙ୍ଗା ଭତ୍ତା ୫୮ ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା
  • ପିଛିଲା ଭାବେ ୨୦୨୬ ଜାନୁଆରୀ’ରୁ ଲାଗୁ ହେବ
  • ପେନସନ୍‌ଭୋଗୀଙ୍କ ଟି.ଆଇରେ ମଧ୍ୟ ବୃଦ୍ଧି

ଭୁବନେଶ୍ୱର:TATKAL ODISHA//

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି I ଗୁରୁବାର ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I

  • ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା।
  • ଏହା ୨୦୨୬ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ ହେବ।
  • ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନ ଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।

ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Share

Leave a Reply