Skip to content
- ଟ୍ରେନିଙ୍ଗ୍ ସମୟରେ ପୋଲିସ ଦ୍ୱାରା ଗିରଫ
- ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି
ଭୁବନେଶ୍ୱର,/Tatkal Odisha?/
ନୂଆ କରି ନିଯୁକ୍ତି ପାଇଥିବା ଓଟିଏଏସ୍ ଅଧିକାରୀ ଭୀମସେନ ଟୁଡୁଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ଭବିଷ୍ୟତରେ ସେ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।
ନୂଆ କରି ଓଟିଏଏସ୍ ପାଇଥିବା ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ ୪ ଠାରୁ ଅନୁପସ୍ଥିତ ଥିଲେ। ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ। ସେହି ସମୟରେ ସେ ଏକ ମୃତ୍ୟୁ ମାମଲାରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ ଏବଂ ତାଙ୍କୁ ଜୁଡିସିଆଲ୍ କଷ୍ଟୋଡିକୁ ପଠାଯାଇଛି। ଅପରାଧିକ ମାମଲାରେ ୪୮ ଘଣ୍ଟାରୁ ଅଧିକ ସମୟଧରି ପୋଲିସ ଦ୍ୱାରା ଅଟକ ଥିବାରୁ ଆଇନ ଅନୁଯାୟୀ ପଦକ୍ଷେପ ନିଆଯାଇ ତାଙ୍କୁ ସିଧାସଳଖ ସରକାରୀ ସେବାରୁ ବରଖାସ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।