ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ : ଅଧିଗ୍ରହଣ ହେବ ଅଧିକ ଜମି
1 min read
- ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ କଳେବର ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କ ପାଇଁ ଅଧିକ ଜମି ଅଧିଗ୍ରହଣ କରାଯିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,//TATKAL ODISHA//
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର କଳେବର ସମ୍ପର୍କରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବିଦ୍ୟାଳୟ ପାଇଁ ଜାଗା ନିରୁପଣ, ବିଦ୍ୟାଳୟ ବିଲ୍ଡିଂର ଢାଞ୍ଚା ସମେତ ଖେଳ ପଡିଆ ନିର୍ମାଣ, ମଲ୍ଟି ପର୍ପଜ ହଲ ନିର୍ମାଣ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା । ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କ ପାଇଁ ଅଧିକ ଜମି ଅଧିଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ କହିଥିଲେ।
ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍. ତିରୁମାଳା ନାଏକ. ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ଶାସନ ସଚିବ ଶ୍ରୀ ଅନୁପମ୍ ସାହା, ଓସେପା ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
