tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ବିଧାୟକଙ୍କ ଦରମା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ : ବିଜେଡି

1 min read
  • ବର୍ଦ୍ଧିତ ଦରମା ନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା
  • ନବୀନ ବାବୁ ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ବୋଲି ପୂର୍ବରୁ ଜଣାଇଛନ୍ତି

ଭୁବନେଶ୍ୱର,//TATKAL ODISHA//

ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳର ନେତା ପୂର୍ବରୁ ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ଓ ଏହାକୁ ଗରିବ କଲ୍ୟାଣ କାର୍ଯ୍ୟରେ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିବା ବେଳେ ଶୁକ୍ରବାର ଏହାର ପୁନଃର୍ବିଚାର ପାଇଁ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି ।


ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବିଧାୟିକା ତଥା ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବିଧାୟକ ତଥା ବିରୋଧୀ ଦଳର ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବ ଏହି ସୂଚନା ଦେଇଥିଲେ ।

ଶ୍ରୀମତୀ ମଲ୍ଲିକ କହିଥିଲେ, ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇ ଏହା ଡିସେମ୍ୱର ୯ ତାରିଖରେ ସର୍ବସମ୍ମତି କ୍ରମେ ପାସ ହୋଇଥିଲା । ଏହି ବର୍ଦ୍ଧିତ ଦରମା ନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ଓ ଏହାକୁ ଗରିବ କଲ୍ୟାଣ କାର୍ଯ୍ୟରେ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଜଣାଇ ଥିଲେ । ଏହି ବର୍ଦ୍ଧିତ ଦରମାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ପ୍ରତିକ୍ରିୟାକୁ ସମ୍ମାନ ଜଣାଇ, ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶକ୍ରମେ ବିଜେଡି ତରଫରୁ ଏହାକୁ ପୁନଃର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଛୁ ।


ଶ୍ରୀ ପ୍ରତାପ ଦେବ କହିଥିଲେ, ଜନସାଧାରଣଙ୍କ ମଧ୍ୟରେ ଦେଖା ଯାଇଥିବା ପ୍ରତିକ୍ରିୟାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଏହାର ପୁନଃର୍ବିଚାର କରିବେ ଓ ଉପଯୁକ୍ତ ନିଷ୍ପତ୍ତି ନେବେ ବୋଲି ଆମେ ଆଶା କରୁଛୁ ।

Share

Leave a Reply