tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ନାବାଳିକା ଗଣଦୁଷ୍କର୍ମ ଘଟଣା: ନବୀନ କହିଲେ, ରାଜଧାନୀ ଏବେ ଅସୁରକ୍ଷିତ

1 min read

ଭୁବନେଶ୍ୱର//TATKAL ODISHA//

ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟା ବର୍ବରତା ଓ ଅରାଜକତା ସୀମା ଟପୁଛି, ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି I

ଭୟଶୂନ୍ୟ ହେଉଛନ୍ତି ଅପରାଧୀ, ବିଶ୍ବସନୀୟତା ହରାଉଛନ୍ତି ସରକାର I

ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ?

ନବୀନ କହିଛନ୍ତି ଯେ, ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି। ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି।

ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି I

Share

Leave a Reply