20/09/2026

tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଜିଇଁଛୁ ବେଲକେ ଆସି ଭାଏ ବନ୍ଧୁ ହେମା ନୂଆଖାଇ ଭେଟ୍’

1 min read

Oplus_16908288

ଜିଇଁଛୁ ବେଲକେ ଆସି ଭାଏ ବନ୍ଧୁ
ହେମା ନୂଆଖାଇ ଭେଟ୍
ସଂସାର ଡୋର୍ ଥି ବନ୍ଧା ହୋଇଥିମା
ଗାଁ ଯାକର ହେଇ ମେଟ୍

   ପଶ୍ଚିମ ଓଡ଼ିଶାର ବିଶିଷ୍ଟ କବି ହଳଧର ନାଗଙ୍କ ନୁଆଁଖାଇ ଉପରେ ମନଛୁଆଁ କବିତାର ଏକ ଛୋଟ ପଂକ୍ତି ପ୍ରତିଟି ଓଡ଼ିଆ ପ୍ରାଣକୁ ସ୍ପନ୍ଦିତ କରିଛି I  ଆଗକୁ ବି କରିବ…

ପଶ୍ଚିମ ଓଡ଼ିଶାର ଏଇ କୃଷିଭିତ୍ତିକ ପାରମ୍ପରିକ ଗଣପର୍ବ ନୁଆଁଖାଇ ପାଇଁ TATKAL ODISHAର  ‘ଜୁହାର’ I ଗଣେଶ ଚତୁର୍ଥୀ ପରଦିନ ଅର୍ଥାତ ଭାଦ୍ରବ ମାସ ଶୁକ୍ଳ ପଞ୍ଚମୀ ତିଥିରେ ନୁଆଁଖାଇ ପାଳନ ହୋଇଛି I

ନୂଆଁଖାଇ ବା ନବାନ୍ନ

  ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେଣ୍ଡା ସଗ୍ରହ କରି ଢ଼ିଙ୍କିରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି “ନବାନ୍ନ” ବା “ନବାର୍ଣ୍ଣ” ନାମରେ ଜଣା ।

 ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି ।

ନୂଆଖାଇ ବାସି”  ବା “ତିଆସି” 

 ନୂଆଖାଇ ପାଳନ ପରଦିନ “ନୂଆଖାଇ ବାସି”  ବା “ତିଆସି” ପାଳନ ହେବ I  ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ ଯଥା ଡୁଡୁଖୋଖୋ, ବାଡ଼ି-ଖିଚା, କୁସ୍ତି ଖେଳି ସମୟ ଅତିବାହିତ କରିବେ ବୋଲି ଜଣାପଡ଼ିଛି I

  ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।

ଗୋଟିଏ ଲଗ୍ନ ଲଗ୍ନରେ ପର୍ବ : ବିଜୁ ବାବୁଙ୍କ ବଡ଼ ନିଷ୍ପତ୍ତି 

ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଖାଇବାର ଲଗ୍ନ ଧାର୍ଯ୍ୟ କରି ଭିନ୍ନ ଭିନ୍ନ ଦିନ ନୂଆ ଖାଉଥିଲେ । ରାଜାରାଜୁଡ଼ା ଶାସନ ପରେ ମଧ୍ୟ ରାଜାଙ୍କ ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ, ତେଣୁ ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେକୌଣସି ଏକ ତିଥିରେ ପାଳିତ ହେଉଥିଲା ।ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ମଧ୍ୟ ଘୋଷଣା କରିଥିଲେ । ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଚିନ୍ତାକରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ ଋଷି ପଞ୍ଚମୀ ଦିନଟି ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି ।

ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା…

Share

Leave a Reply