tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଅକ୍ଟୋବର ୧୮: ଦ୍ୱାଦଶୀ ତିଥିରେ ଭାଗ୍ୟଫଳ

1 min read
  • ଡ଼ଃ ବାୟୁନନ୍ଦନ ମିଶ୍ର
  • ++++++++++++
  • *************

🌹🌼👉ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ଅକ୍ଟୋବର ମାସ ୧୮ ତାରିଖ ୨୦୨୫ ମସିହା (ଶନିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
କାର୍ତ୍ତିକମାସ- କୃଷ୍ଣ
ତିଥି- ଦ୍ଵାଦଶୀ ଦିବା ଘ୧୨/୧୧ ଗତେ ତ୍ରୟୋଦଶୀ
ନକ୍ଷତ୍ର- ପୂର୍ବା ଫା ଦିବା ଘ୦୪/୧୮ ଗତେ ଉତ୍ତରରା ଫା
ଚନ୍ଦ୍ର- ସିଂହ ରାତ୍ରି ଘ୧୦/୪୩ ଗତେ କନ୍ୟା
ଯୋଗ- ବ୍ରହ୍ମ
କରଣ – ତୈତିଳ
ସୌରମାସ- ତୁଳା ୦୨ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୬/୫୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୪୫
*✧═════•❁❀
*ଯୋଗିନୀ ନୈରୁତକୋଣେ ଦିବା ଘ୧୧/୧୧ ଗତେ ଦକ୍ଷିଣେ*
ବୃଷ ରାଶିର ଘାତଚନ୍ଦ୍ର ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ ୦୫/୧୩ମଧ୍ୟେ ଓ ଦିବା ଘ୦୩/୪୫ ଗତେ ଘ ୦୫/୨୦ ମଧ୍ୟେ
ବାରବେଳା- ଦିବା ଘ୦୧/୨୦ ଗତେ ଘ ୦୩/୦୦ ମଧ୍ୟେ
*══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୦ ଗତେ ଘ୦୯/୩୫ ମଧ୍ୟେ ଓ ଘ୧୨/୦୮ଗତେ ଘ୦୧/୧୯ ମଧ୍ୟେ ରାତ୍ରି ଘ୧୨/୩୨ ଗତେ ଘ୦୨/୦୭ ମଧ୍ୟେ*
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୨/୦୮ଗତେ ଘ୦୨/୫୫ ମଧ୍ୟେ
═✧══•❁❀❁•═*════✧
*ଅଦ୍ୟ ପୋଈ ଦିବା ଘ୧୧/୧୧ ଗତେ ବାଇଗଣ ଭକ୍ଷଣ ନିଷେଧ*
═✧══•❁❀❁•═════✧


ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
✧═════•❁❀❁•═════✧
🌹ବୃଷ🌹👉ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
✧═════•❁❀❁•═════✧
🌹ମିଥୁନ🌹👉ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
✧═════•❁❀❁•═════✧
🌹କର୍କଟ🌹👉ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
✧═════•❁❀❁•═════✧
🌹ସିଂହ🌹👉ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
✧═════•❁❀❁•═════✧
🌹କନ୍ୟା🌹👉ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
✧═════•❁❀❁•═════✧
🌹ତୁଳା🌹👉ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
✧═════•❁❀❁•═════✧
🌹ବିଛା🌹👉ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
✧═════•❁❀❁•═════✧
🌹ଧନୁ🌹👉ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
✧═════•❁❀❁•═════✧
🌹ମକର 🌹👉ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
✧═════•❁❀❁•═════✧
🌹କୁମ୍ଭ🌹👉ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |
✧═════•❁❀❁•═════✧
🌹ମୀନ🌹👉ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।
✧═════•❁❀❁•═════✧

Share

Leave a Reply