ଅକ୍ଟୋବର ୨୨: ପ୍ରତିପଦ ତିଥିରେ ଆପଣଙ୍କ ଭାଗ୍ୟଫଳ
1 min read
- ଡ:ବାୟୁନନ୍ଦନ ମିଶ୍ର
- +++++++++++
🌹🌼👉ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ଅକ୍ଟୋବର ମାସ ୨୨ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
କାର୍ତ୍ତିକମାସ- ଶୁକ୍ଳ
ତିଥି- ପ୍ରତିପଦ ସନ୍ଧ୍ୟା ଘ୦୭/୫୬ ଗତେ ଦ୍ଵିତୀୟା
ନକ୍ଷତ୍ର- ସ୍ଵାତୀ ରାତ୍ରି ଘ୦୨/୧୬ ଗତେ ବିଶାଖା
ଚନ୍ଦ୍ର- ତୁଳା
ଯୋଗ- ପ୍ରୀତି
କରଣ – କିଂସ୍ତୁଗ୍ନ
ସୌରମାସ- ତୁଳା ୦୬ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୮/୧୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୬/୦୫
*✧═════•❁❀
*ଯୋଗିନୀ ପୂର୍ବେ ସନ୍ଧ୍ୟା ଘ୦୭/୫୭ ଗତେ ଉତ୍ତରେ*
କର୍କଟ ରାଶିର ଘାତବାର
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୮/୪୦ ଗତେ ଘ ୧୦/୦୮ ମଧ୍ୟେ
ବାରବେଳା- ଦିବା ଘ୧୧/୩୪ ଗତେ ଘ ୦୧/୦୨ ମଧ୍ୟେ
*══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୪ ମଧ୍ୟେ ଓ ଘ୦୭/୨୩ଗତେ ଘ୦୮/୧୧ମଧ୍ୟେ ଓ ଘ୧୦/୩୪ ଗତେ ଘ ୧୧/୩୩ ମଧ୍ୟେ*
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୩୫ ଗତେ ଘ୦୭/୨୨ ମଧ୍ୟେ ଓ ଘ୦୧/୪୬ ଗତେ ଘ ୦୪/୧୧ ମଧ୍ୟେ
*
═✧══•❁❀❁•═*════✧
*ଅଦ୍ୟ ପାଣିକାଖରୁ ସନ୍ଧ୍ୟା ଘ୦୭/୪୭ ଗତେ ବୋଇତିକାଖରୁ ଭକ୍ଷଣ ନିଷେଧ*
═✧══•❁❀❁•═════✧

ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹👉ମେଷ
ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।
✧═════•❁❀❁•═════✧
🌹👉ବୃଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।
✧═════•❁❀❁•═════✧
🌹👉ମିଥୁନ
ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।
✧═════•❁❀❁•═════✧
🌹👉କର୍କଟ
ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।
✧═════•❁❀❁•═════✧
🌹👉ସିଂହ
ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।
✧═════•❁❀❁•═════✧
🌹👉କନ୍ୟା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
✧═════•❁❀❁•═════✧
🌹👉ତୁଳା
ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।
✧═════•❁❀❁•═════✧
🌹👉ବିଛା
ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।
✧═════•❁❀❁•═════✧
🌹👉ଧନୁ
ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।
✧═════•❁❀❁•═════✧
🌹👉ମକର
ଆଜି ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
✧═════•❁❀❁•═════✧
🌹👉କୁମ୍ଭ
ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।
✧═════•❁❀❁•═════✧
🌹👉ମୀନ
ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ
✧═════•❁❀❁•═════✧
