ଜୁନ ପହିଲା : କେଉଁ ଫଳପ୍ରାପ୍ତି
1 min read
- ଅଦ୍ୟ ଜୁନ୍ ମାସ ୦୧ ତାରିଖ ୨୦୨୬ ମସିହା (ସୋମବାର)
ଶକାବ୍ଦ -୧୯୪୮
ସମ୍ବତ -୨୦୮୩
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର- ରୌଦ୍ର
ଜ୍ୟେଷ୍ଠ ମାସ(ମଳ)- କୃଷ୍ଣପକ୍ଷ
ତିଥି- ପ୍ରତିପଦ ଦିବା ଘ୦୪/୪୮ ଗତେ ଦ୍ୱିତୀୟା
ନକ୍ଷତ୍ର-ଜ୍ୟେଷ୍ଠା ରାତ୍ରି ଘ୦୮/୦୨ ଗତେ ମୂଳା
ଚନ୍ଦ୍ର- ବିଛା ରାତ୍ରି ଘ୦୮/୦୨ ଗତେ ଧନୁ
ଯୋଗ- ସିଦ୍ଧି
କରଣ – କୌଳବ
ସୌରମାସ- ବୃଷ ୧୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃଘ୦୫/୧୨/୦୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୦୭
*✧═════•❁❀
*ଯୋଗିନୀ ପୂର୍ବେ ଦିବା ଘ୦୪/୪୮ ଗତେ ଉତ୍ତରେ*
ମିଥୁନ ରାଶିର ଘାତବାର
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମୃତେ ଦିବା ଘ୦୪/୪୮ ଗତେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା-ଦିବା ଘ୦୬/୪୫ଗତେ ଘ୦୮/୨୬ ମଧ୍ୟେ
ବାରବେଳା- ଦିବା ଘ୦୩/୦୧ଗତେ ଘ୦୪/୪୦ମଧ୍ୟେ
══•❁❀❁•═*
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୨୭ ଗତେ ଘ୧୦/୦୦ ମଧ୍ୟେ ଓ ରାତ୍ରି ଘ୦୯/୩୦ ଗତେ ଘ୧୨/୪୦ ମଧ୍ୟେ ଓ ରାତ୍ରି ଘ୦୨/୧୯ ଗତେ ଘ୦୩/୫୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୪/୪୨ ଗତେ ଘ୦୫/୧୩ ମଧ୍ୟେ ═✧══•❁❀❁•═*════✧
*ଅଦ୍ୟ ପାଣିକଖାରୁ ଦିବା ଘ୦୪/୪୮ ଗତେ ବୋଇତି କଖାରୁ ଭକ୍ଷଣ ନିଷେଧ*
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌷ମେଷ🌹👉 ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।
✧═════•❁❀❁•═════✧
🌷ବୃଷ 🌹👉: ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ।
✧═════•❁❀❁•═════✧
🌷ମିଥୁନ🌹👉 : ଆଜି ଅପଙ୍କୁ ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
✧═════•❁❀❁•═════✧
🌷କର୍କଟ🌹👉: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।
✧═════•❁❀❁•═════✧
🌷ସିଂହ🌹👉 : ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
✧═════•❁❀❁•═════✧
🌷କନ୍ୟା 🌹👉: କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।
✧═════•❁❀❁•═════✧
🌷ତୁଳା🌹👉: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।
✧═════•❁❀❁•═════✧
🌷ବିଛା 🌹👉: ଆଜିର ଦିନଟି ଏକ ସ୍ମରଣୀୟ ଦିନ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।
✧═════•❁❀❁•═════✧
🌷ଧନୁ🌹👉ଆଜି ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।
✧═════•❁❀❁•═════✧
🌷ମକର🌹👉 : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ବ୍ୟୟ ବଢିପାରେ ।ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।
✧═════•❁❀❁•═════✧
🌷କୁମ୍ଭ 🌹👉: ଆଜି ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।
✧═════•❁❀❁•═════✧
🌷ମୀନ🌹👉: ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ପ୍ରସ୍ତୁକରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଦୂରଯାତ୍ରାର ଯୋଗ ଅଛି।
✧═════•❁❀❁•═════✧
