ଆଉ ଇହଜଗତରେ ନାହାନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କା
1 min read
ଭୁବନେଶ୍ୱର //TATKAL ODISHA //
ଆଉ ଇହଜଗତରେ ନାହାନ୍ତି ବରିଷ୍ଠ ନେତା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ସାଂସଦ କାହ୍ନୁ ଚରଣ ଲେଙ୍କାI ମୃତ୍ୟୁ ବେଳକୁ ତାଙ୍କୁ ୮୯ ହୋଇଥିଲା I
୨ ମାର୍ଚ୍ଚ ୧୯୩୯ରେ ଜନ୍ମ ଗ୍ରହଣ କରିଥିବା କାହ୍ନୁ ଚରଣ ଲେଙ୍କା ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ମନ୍ତ୍ରୀ ଏବଂ କୃଷି ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଏହା ପୂର୍ବରୁ ସେ ଓଡ଼ିଶାର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଓଡ଼ିଶା ବିଧାନସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
କାହ୍ନୁ ବାବୁଙ୍କ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I
ସାମାଜିକ ଗଣ ମାଧ୍ୟମ ଏକ୍ସରେ ଶ୍ରୀ ମାଝୀ କହିଛନ୍ତି ଯେ, ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଏହି ଦୁଖଃଦ ସମୟରେ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି I
