03/09/2026

tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ବଡ଼ ଡ଼ିଷ୍ପତ୍ତି: ଏପ୍ରିଲ ୧ରୁ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ

1 min read

  • ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବ
  • ଆବେଦନକାରୀ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ଆବେଦନ କରିବେ
  • ଭୁବନେଶ୍ୱର,//TATKAL ODISHA//
    ମହିଳାମାନଙ୍କ ଆର୍ôଥକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା ନିମନ୍ତେ ନୂତନ ଆବେଦନ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଏପ୍ରିଲ ୧ରୁ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ। ଆସନ୍ତା ୦୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ।
    ରାଜ୍ୟ ସରକାର ଏନେଇ ନୂଆ ନୀୟମ ଲାଗୁ କରିଛନ୍ତି। ଏପ୍ରିଲ ପହିଲା ସୁଦ୍ଧା ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ôଥକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ୍ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ।
    ଯେଉଁ ମହିଳାମାନେ ପୂର୍ବରୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିନାହାଁନ୍ତି, କେବଳ ସେହିମାନେ ହିଁ ଏହି ସମୟସୀମା ମଧ୍ୟରେ ନୂତନ ଭାବେ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ଗ୍ରହଣୀୟ ହେବ ନାହିଁ। ନୂତନ ଆବେଦନଗୁଡିକ ସାଧାରଣ ସେବା କେନ୍ଦ୍ର ଏବଂ ଆମ ସେବା କେନ୍ଦ୍ର ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରାଯିବ। ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏବଂ ସିଡିପିଓ କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଶୁଳ୍କ ଭାବେ ଉପଲବ୍ଧ ଅଛି।

  • ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଣମାଧ୍ୟମକୁ କହିଛନ୍ତି ଯେ, ସୁଭଦ୍ରା ଯୋଜନା ହେଉଛି ରାଜ୍ୟର ମହିଳାମାନଙ୍କ ପାଇଁ ଏକ ଐତିହାସିକ ପଦକ୍ଷେପ। ଏଥିରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ନପଡ଼ନ୍ତି, ସେଥିପାଇଁ ସରକାର ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରିଛନ୍ତି।
    ଉଲ୍ଲେଖନୀୟ ଯେ, ପୁରୀ ତାଳବଣିଆରେ ଅନୁଷ୍ଠିତ ସୁଭଦ୍ରା ଚତୁର୍ଥ କିସ୍ତି ପ୍ରଦାନ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଥିଲେ, ଚତୁର୍ଥ କିସ୍ତିରେ ୧ କୋଟି ୧୨ ଲକ୍ଷ ୧୨ ହଜାର ୬୬୫ ଜଣଙ୍କୁ ସମୁଦାୟ ୫୧୦୬ କୋଟି ୩୩ ଲକ୍ଷ ୨୫ ହଜାର ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ପୂର୍ବରୁ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ କିସ୍ତିରେ ଲକ୍ଷାଧିକ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯାଇଥିଲା। ହେଲେ
    ଚତୁର୍ଥ କିସ୍ତିରୁ ଅଧିକାଂଶ ବାଦ୍ ପଡ଼ିଥିଲେ ବୋଲି ଅଭିଯୋଗ ହୋଇଥିଲା। ଏହାକୁ ଗୁରୁତ୍ୱ ଦେଇ ସରକାର ଏଥର ଚୟନ ସରଳ ଓ ସ୍ୱଚ୍ଛ କରିଛନ୍ତି।
Share

Leave a Reply