ଜାନୁଆରୀ ୨୩ରେ ଭାରତର ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ
1 min read
- ପରାକ୍ରମ ଦିବସରେ କଟକ ସ୍ଥିତ ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ
- ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର/TATKAL ODISHA//
ଭାରତର ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ଆଗାମୀ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତ କାର୍ୟ୍ୟକ୍ରମ ରହିଛି I ସେଦିନ ଉପରାଷ୍ଟ୍ରପତି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ବା ପରାକ୍ରମ ଦିବସ ଉପଲକ୍ଷେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ I
ଏହି ଅବସରରେ ଉପ ରାଷ୍ଟ୍ରପତି ନିକଟସ୍ଥ ଜିଲ୍ଲା ସଂସ୍କୃତି ଭବନ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି I ଉପ ରାଷ୍ଟ୍ରପତିଙ୍କ ଗସ୍ତ କାର୍ୟ୍ୟକ୍ରମକୁ ଶୃଙ୍ଖଳିତ ଓ ସୂଚାରୁରୂପେ ପରିଚାଳନା କରିବା ପାଇଁ ଆଜି ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକ ସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I
ଉପ ରାଷ୍ଟ୍ରପତି ସେଦିନ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ନୂଆଦିଲ୍ଲୀରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୮. ୫୦ ରେ ପହଁଚିବାର କାର୍ୟ୍ୟକ୍ରମ ରହିଛି I ଏହା ପରେ ସେ ସଡ଼କ ପଥରେ କଟକ ଯାତ୍ରା କରି ୯. ୩୫ ସୁଦ୍ଧା ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳ ୟରେ ପହଁଚି ସେଠାରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ୱର ପ୍ରତ୍ୟା ବର୍ତ୍ତନ କରି ଲୋକ ଭବନରେ ମଧ୍ୟାନ୍ନ ଭୋଜନ କରିବେ I ଅପରାହ୍ଣ ୨ଟା ସୁଦ୍ଧା ଉପରାଷ୍ଟପତି ଭୁବନେଶ୍ୱର ବିମାନ ବନ୍ଦରରୁ କୋଲକାତା ଅଭିମୁଖେ ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି I
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ, ଖଣି ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚି ବ ସଞ୍ଜୟ କୁମାର ସିଂଙ୍କ ସମେତ ଅନ୍ୟ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ପଦାଧିକାରୀ ଯୋଗ ଦେଇଥିଲେ I ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆ, ପୁଲିସ କମିଶନର ଏସ ଦେବଦତ୍ତ ସିଂ, ଜିଲ୍ଲାପାଳ, କଟକ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ I
